ଦୀପାବଳି ପରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ: ମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର (କେନ୍ୟୁଜ): ଦୀପାବଳୀ ପରେ ଖୋଲିପାରେ ୧ମରୁ ସପ୍ତମ ଶ୍ରେଣୀ। ଅଫଲାଇନ୍‌ରେ ପାଠ ପଢାଯିବା ନେଇ ବିଚାର କରାଯାଉଛି। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। କରୋନା ତୃତୀୟ ଲହର ଆସିବା ସମ୍ଭାବନା କମି କମି ଆସିଲାଣି। ତେଣୁ ଦୀପାବଳି ପରେ ଶ୍ରେଣୀ ଗୃହରେ ପାଠପଢା ନେଇ ସରକାର ଏ ସମ୍ପର୍କରେ ନିଷ୍ପତ୍ତି ନେବେ। ଏକକାଳୀନ ପ୍ରଥମରୁ ସପ୍ତମ ଯାଏ ସ୍କୁଲ ଖୋଲିବା ଠିକ୍‌ ହେବନି। ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ବିଚାରବିମର୍ଶ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ରୁମ୍‌ରେ ପାଠପଢା ଚାଲିଛି।

ସେ କହିଛନ୍ତି, ଦୀପାବଳି ପରେ ସରକାର ଏସମ୍ପର୍କରେ ନିଷ୍ପତ୍ତି ନେବେ । ଏକକାଳୀନ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ୍ ହେବନି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ବିଚାରବିମର୍ଶ ଚାଲିଛି। ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି । ବର୍ତମାନ ଶ୍ରେଣୀଗୃହରେ ପ୍ରାୟ ୭୦ ପ୍ରତିଶତ ଉପସ୍ଥାପନ ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି । ଅନ୍ୟ ଶ୍ରେଣୀ ଗୁଡିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ। ସରକାରଙ୍କର ସଂଶୋଧିତ ସିଲାବସ୍ ଅନୁସାରେ ପାଠ ପଢ଼ାଯିବା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.