ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରଭାବରେ ରାଜ୍ୟରେ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ଏହି ଲଘୁଚାପର କୌଣସି ପ୍ରଭାବ ପଡ଼ିବ ନାହିଁ । ତେବେ ଏକ ଟ୍ରପ ଲାଇନ ଶ୍ରୀଲଙ୍କା ଉପକୂଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଯାଏ ବ୍ୟାପିଛି । ଏହା ପ୍ରଭାବରେ ରାଜ୍ୟରେ କୋହଲା ପାଗ ରହିଛି ।

ତେବେ ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ନଥିଲେ ବି ଆଶିଂକ ଭାବେ ୫ଦିନ ଯାଏ ବିଭିନ୍ନ ଜିଲ୍ଲାରେ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଆଜି ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.