ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଟ୍ଵିଟ୍‌ କରି ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ନୂଆବର୍ଷରେ ଆପଣ ମାନଙ୍କ ମନସ୍କାମନା ପୂର୍ଣ୍ଣ ହେଉ , ଏହା ହିଁ ମୋର ପ୍ରାର୍ଥନା। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରୁଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ନବବର୍ଷର ଶୁଭେଛା ଜଣାଇବା ସହ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଶାନ୍ତିକାମନା କରିଛନ୍ତି।

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଛା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.