ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା, ୫ଟି ଜିଲ୍ଲାର ବନ୍ୟା ବିପନ୍ନଙ୍କ ପାଇଁ ୭ ଦିନ ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର(କେନ୍ୟୁଜ୍): ୫ଟି ଜିଲ୍ଲାର ବନ୍ୟା ବିପନ୍ନଙ୍କ ପାଇଁ ୭ ଦିନ ରିଲିଫ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ସୋନପୁର ଓ ବଲାଙ୍ଗୀରରେ ବନ୍ୟା ପ୍ରଭାବିତଙ୍କୁ ସପ୍ତାହେ ଧରି ରିଲିଫ ପ୍ରଦାନ କରାଯିବ । ବିପନ୍ନଙ୍କୁ ଦୈନିକ ୬୦ ଟଙ୍କା ଲେଖାଏ ଦିଆଯିବ । ସେହିପରି ପିଲାମାନଙ୍କୁ ଦୈନିକ ୪୫ ଟଙ୍କା ଲେଖାଏଁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟରରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ସୁବର୍ଣ୍ଣପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି। ଭିଡିଓ କନଫେରେନ୍ସିଂରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସମ୍ପୃକ୍ତ ଜିଲ୍ଲାରେ କଣ ସବୁ ଆବଶ୍ୟକତା ରହିଛି ତାହା ଉପରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଅନ୍ୟପକ୍ଷରେ ୧୫ ତାରିଖ ସକାଳୁ ମହାନଦୀରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ ଏବଂ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।