Below header

କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍‌, ୮କୋଟି ୫୦ଲକ୍ଷ ଟଙ୍କା ମଞ୍ଜୁର

କେନ୍ଦ୍ରାପଡା : କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍‌ । ମନ୍ଦିର ଉନ୍ନତିକରଣ ଓ ବଳଦେବଜୀଉଙ୍କ ବଡଦାଣ୍ଡର ଉନ୍ନତି ପାଇଁ ୮କୋଟି ୫୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ ପଟ୍ଟନାୟକ । ଲୋକସେବା ଭବନ ସମ୍ମିଳନୀ କକ୍ଷରୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଯୋଗେ କେନ୍ଦ୍ରାପଡା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଏବଂ ସେବାୟତଙ୍କ ସହ ଏ ନେଇ ଆଲୋଚନା କରିଥିଲେ । ତୁଳସୀ କ୍ଷେତ୍ରକୁ ବିକାଶ କରି ଏହାକୁ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିର ଓ ଏହାର ପରିସରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବା ସହ ବଡଦାଣ୍ଡର ଉନ୍ନତିକରଣ କରାଯାଇ ଏହାର ଦୁଇ ପାର୍ଶ୍ୱକୁ ମଧ୍ୟ ଆଲୋକମାଳାରେ ସଜାଜିବ । ସେହିପରି କେନ୍ଦ୍ରାପଡାରେ ଏକ ଆଧ୍ୟାତ୍ମିକ ଉଦ୍ୟାନ ନିର୍ମାଣ କରାଯିବ । ଗତ ସ୍ନାନ ପୂର୍ଣ୍ଣିମା ଦିନ ମୁଖ୍ୟମନ୍ତ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିଦର୍ଶନ କରି ମନ୍ଦିରର ସମସ୍ୟା ସଂପର୍କରେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.