ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ସାରା ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ
ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟର ସବୁ ଥାନା ଆଇଆଇସିଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ଭଲ କାମ କଲେ ସମୟ ସୀମା ପୂର୍ବରୁ ମିଳିବ ପଦୋନ୍ମତି । ଏହା ସହ ମୋ ସରକାର କାର୍ଯ୍ୟକ୍ରମ ବାବଦରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ । ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ସାରା ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ । ତାପୂର୍ବରୁ ଲୋକସେବା ଭବନରେ ସରକାରଙ୍କ ପ୍ରସ୍ତୁତି ବୈଠକ ବସିଥିଲା । ସବୁ ଥାନାର ଆଇଆଇସିଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ସମେତ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।