ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଏକ ଅପୂରଣୀୟ କ୍ଷତି ।

ଭୁବନେଶ୍ୱର (କେନ୍ୟୁଜ) : ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଏକ ଅପୂରଣୀୟ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ବିଜେଡିର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଂଗଠିତ କରିବାରେ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ବଡ଼ ଯୋଗଦାନ ରହିଛି । ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୦ ଥର ବିଧାୟିକା ଭାବେ ପ୍ରତିନିଧିତ୍ବ କରି ଜନସେବାରେ ସେ ସ୍ବତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି ।