ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ, ଉପକୃତ ହେବେ ୧ ଲକ୍ଷ ୨୬ ହଜାର କର୍ମକର୍ତ୍ତା

ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ । ଗ୍ରାମପଞ୍ଚାୟତ, ବ୍ଲକସ୍ତରୀୟ ଫେଡେରେସନ କର୍ମୀଙ୍କ ଦେୟ ପରିମାଣ ୫୦୦ ଟଙ୍କା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର : ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ । ଗ୍ରାମପଞ୍ଚାୟତ, ବ୍ଲକସ୍ତରୀୟ ଫେଡେରେସନ କର୍ମୀଙ୍କ ଦେୟ ପରିମାଣ ୫୦୦ ଟଙ୍କା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ଉପକୃତ ହେବେ ୧ଲକ୍ଷ ୨୬ହଜାର ୧୦ଜଣ କର୍ମକର୍ତ୍ତା। ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ ହେବ । ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪ହଜାର ଟଙ୍କା ପାଉଥିବା ବେଳେ ଏବେ ସେମାନେ ୪ହଜାର ୫୦୦ ଟଙ୍କା ପାଇବେ।

ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨ହଜାର ଟଙ୍କା ପାଉଥିବା ବେଳେ ଏବେ ୨ହଜାର ୫୦୦ ଟଙ୍କା ପାଇବେ। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨ ହଜାର ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ।

ଏହା ଦ୍ୱାରା ବର୍ଷକୁ ୨୪୯ କୋଟି ୨୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.