Below header

ରାଜ୍ୟରେ ଜଳସେଚନ କ୍ଷେତ୍ରରେ ନୂଆ ଅଧ୍ୟାୟ, ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ

ରାଜ୍ୟରେ ଜଳସେଚନ କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି। ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ୱର : ରାଜ୍ୟରେ ଜଳସେଚନ କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି। ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦଘାଟିତ ହୋଇଛି। ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି। ଏହି ସବୁ ପ୍ରକଳ୍ପଗୁଡିକରେ 5T ଉପକ୍ରମ ଅଧିନରେ ଟେକ୍ ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ କରାଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଭୂତଳ ପାଇପଲାଇନ ଜରିଆରେ ଜଳସେଚନ ଯୋଗୁଁ ବିସ୍ଥାପନ ସମସ୍ୟା ଦୂର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ଉଦଘାଟିତ ହୋଇଥିବା ପ୍ରକଳ୍ପ ମଧ୍ୟରେ ନୟାଗଡର କୁସୁମୀ ବ୍ୟାରେଜ ରହିଛି। ୭୦କୋଟି ୮୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ପାଇଁ ୧୪୮ କୋଟି ୧୭ ଲକ୍ଷ ଟଙ୍କାରେ ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ହାଡୁଆ ଡ୍ୟାମ ଓ ତାର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

ଏହା ଦ୍ବାରା କଟକ ଜିଲ୍ଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ହେବ। କଟକ ଡିମିରିଆ-ରାଉତପଡା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପିନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ ଓ ଅନାନ୍ୟ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.