Below header

ଚୌଦ୍ୱାରରେ ୱେଲସ୍ପନ ଟେକ୍ସଟାଇଲ କମ୍ପ୍ଲେକ୍ସର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ। ଚୌଦ୍ବାର ଆଜି ତାର ଗୌରବ ଫେରି ପାଇଛି। ପଚାଶ ଦଶକର ଆରମ୍ଭରେ ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ । 

ଭୁବନେଶ୍ୱର (କେନ୍ୟୁଜ) : ଫେରିଲା ଚୌଦ୍ୱାରର ଶିଳ୍ପ ଗୌରବ। ଆଜି ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ। ଚୌଦ୍ୱାରରେ ୱେଲସ୍ପନ ଗ୍ରୁପ ଏକ ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଓ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ନିବେଶ ହେବ ୩ହଜାର ୫୦ କୋଟି ଟଙ୍କା । ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଶିଳାନ୍ୟାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନରେ କହିଛନ୍ତି, ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ୫୦ ଦଶକର ଆରମ୍ଭରେ ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ ।

ଆଜି ପୁଣି ଥରେ ଚୌଦ୍ବାର ସମେତ ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା । ଏହି ଶିଳ୍ପ ଦ୍ବାରା କଳାହାଣ୍ଡି, ବଲାଙ୍ଗିର, ରାୟଗଡା ଓ ଗଜପତି ପରି ଜିଲ୍ଲାର କପା ଚାଷୀମାନେ ଉପକୃତ ହେବେ । ଓଡିଶାର ବିକାଶ ଯାତ୍ରାରେ ୱେଲସ୍ପନ ଗ୍ରୁପର ପାର୍ଟନରସିପ୍ ଅଭିବୃଦ୍ଧିର ନୂଆ ଅଧ୍ୟାୟ ସୃଷ୍ଟି କରିବ । ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଓଡିଶା ସାରା ପୃଥିବୀରେ ସୁନାମ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ୱେଲସ୍ପନ ଗ୍ରୁପ ଅଧ୍ୟକ୍ଷ ବି.କେ ଗୋଏଙ୍କା କହିଥିଲେ, ୨୦ ବର୍ଷ ଭିତରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି । ପୁଞ୍ଜି ଆକର୍ଷଣରେ ଓଡିଶା ଶ୍ରେଷ୍ଠ ରାଜ୍ୟ । ଓଡ଼ିଶାରେ 5T ନୀତିର ସଫଳତା ସଂପର୍କରେ କହିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି, ବୟନ ଶିଳ୍ପ ପାଇଁ ୬୫୦ ପରିବାରର ଘର ସମସ୍ୟା ସୃଷ୍ଟି ହେଉଥିବା ସଂପର୍କରେ ସୂଚନା ଦେଇ ସେ କହିଥିଲେ ଏହି ସମସ୍ୟା ଶୀଘ୍ର ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.