ଭୁବନେଶ୍ବର: ନବନିଯୁକ୍ତ ୨୯୯ଜଣ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଯୁକ୍ତିପତ୍ର ପ୍ରଦାନ

ଭୁବନେଶ୍ବର(କେନ୍ୟୁଜ୍): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନବନିଯୁକ୍ତ ୨୯୯ଜଣ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ନିଯୁକ୍ତିପତ୍ର ପ୍ରଦାନ । ଆଜି ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । ଅନୁଦାନପ୍ରାପ୍ତ କଲେଜରେ ଏହି ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କୁ ନିଯୁକ୍ତି ମିଳିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ ଦେଉଛନ୍ତି । ଶିକ୍ଷା କ୍ଷେତ୍ରରେ ଅନେକ ପଦକ୍ଷେପ ନିଆଯାଉଛି ।

higher education lectureସମାଜରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ । ସେମାନେ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ବାଟ ଦେଖାଇଥାଆନ୍ତି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମୋଟ ୮୩୩ ଜଣ ଅଧ୍ୟାପକ ଓ ଅଧ୍ୟାପକଙ୍କୁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ସୁଦ୍ଧା ଶେଷ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.