୧୦୦ ବର୍ଷର ସମସ୍ୟା ୧୦୦ ଦିନରେ ସମାଧାନ, ବିସ୍ଥାପିତଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଯୁଗାନ୍ତକାରୀ ଦିବସ। ବିସ୍ଥାପିତଙ୍କ ୧୦୦ ବର୍ଷର ସମସ୍ୟାର ହେଲା ଅନ୍ତ । 5T ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତଙ୍କ ଦୀର୍ଘ ଦିନର ଜମିଜମା ସମସ୍ୟା ଦୂର କରି ସେମାନଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି ।

ଝାରସୁଗୁଡା ଜିଲ୍ଲା ଲଖନପୁର ତହସିଲର ଲୋକମାନେ ବର୍ଷ ବର୍ଷ ଧରି ଜମି ସମସ୍ୟା ପାଇଁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଗଷ୍ଟ ୨୦ ତାରିଖରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ପରେ ସମାଧାନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିଲା । ୧୮ଟି ରାଜସ୍ବ ଗ୍ରାମ ପାଇଁ ସର୍ଭେ ଆରମ୍ଭ ହୋଇଥିଲା।

ଏଥିମଧ୍ୟରୁ ଆଜି ୭ଟି ଗାଁର ୮୬୬ଟି ପରିବାର ପାଇଁ ସର୍ଭେ ସଂପୂର୍ଣ୍ଣ କରାଯାଇ ଜମିପଟ୍ଟା ଦିଆଯାଇଛି। ବାକି ୧୧ଟି ଗାଁର ସର୍ଭେ ଚାଲିଛି । ଏହି ୧୧ଟି ଗାଁର ଖୁବଶୀଘ୍ର ୧୩୩୯ଟି ପରିବାର ଖୁବଶୀଘ୍ର ଜମିପଟ୍ଟା ପାଇବେ । ସେହିପରି ଗଞ୍ଜାମ ଜିଲ୍ଲା ସୋରଡା ତହସିଲର ୨୨ଟି ଗାଁର ଜମି ୧୯୮୩ ମସିହାରେ ଜଳସଂପଦ ବିଭାଗ ନାମରେ ରେକର୍ଡ ହୋଇଥିଲା। ଆଜି ୧୭ଟି ଗାଁର ଜମି ରାଜସ୍ବ ବିଭାଗକୁ ଯାଇଛି ଏବଂ ସେଗୁଡିକର ସେଟଲମେଣ୍ଟ ଚାଲିଛି ।

ଏମାନଙ୍କ ମଧ୍ୟରୁ ୯୬୨ ଜଣଙ୍କୁ ଆଜି ଘରଡିହ ପଟ୍ଟା ଓ ୭୦୦ ଜଣଙ୍କୁ ଜମିପଟ୍ଟା ମୁଖ୍ୟମନ୍ତ୍ରୀ ବଣ୍ଟନ କରିଛନ୍ତି । ଖୁବଶୀଘ୍ର ଆଉ ୧୮ ହଜାର ହିତାଧିକାରୀ ପଟ୍ଟା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଅଗଷ୍ଟ ମାସ ୨୬ ଓ ୨୭ରେ 5T ଅଧ୍ୟକ୍ଷଙ୍କ ଗସ୍ତ ପରେ ଏଠାରେ ସର୍ଭେ କାମ ତ୍ବରାନ୍ବିତ କରାଯାଇ ସମସ୍ୟାର ସମାଧାନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.