ରାଜ୍ୟ

ପଞ୍ଚାୟତ ସଦସ୍ୟଙ୍କୁ ନବୀନଙ୍କ ଗୁରୁମନ୍ତ୍ର: ନବ ନିର୍ବାଚିତ ପଞ୍ଚାୟତ ଜନ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଦେଲେ ଉଦବୋଧନ

ଭୁବନେଶ୍ୱର(କେନ୍ୟୁଜ୍‌): ନବ ନିର୍ବାଚିତ ପଞ୍ଚାୟତ ଜନ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧି ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନବୀନଙ୍କ ଗୁରୁମନ୍ତ୍ର । ‘5T ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶକୁ ଗୁରୁତ୍ୱ ଦେବା ସହ ଲୋକମାନଙ୍କ ଆଶା ଓ ଭରସା ରଖିବା ଆମର ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସାଧାରଣ ଲୋକ ସରକାରୀ ସେବାରୁ ବଞ୍ଚିତ ନହୁଅନ୍ତୁ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି । ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି ତେଣୁ ଆମେ ସେମାନଙ୍କ ଆଶା ପୂରଣ କରିବା ଦିଗରେ ଯତ୍ନବାନ ହେବା ଆବଶ୍ୟକ ବୋଲି ନବୀନ କହିଛନ୍ତି । ଭୁବନେଶ୍ୱର କିଟ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କର୍ମଶାଳାରେ ରାଜ୍ୟର ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତି, ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ପ୍ରତ୍ୟକ ବ୍ଳକରୁ ଜଣେ ସରପଞ୍ଚ ଉପସ୍ଥିତ ଅଛନ୍ତି ।

ଉଦଘାଟନୀ କର୍ମଶାଳାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀ ମନ୍ତ୍ରୀଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ମିଶନ ଶକ୍ତି , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ ମାନେ ଉଦବୋଧନ ଦେଇ ସରକାରଙ୍କ ବିଭିିନ୍ନ ଯୋଜନା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ମୁଖ୍ୟ ସଚିବ, ଅତିରିକ୍ତ ମୁଖ୍ୟ ସଚିବ ଓ ବିଭାଗୀୟ ସଚିବ ତଥା ଅନ୍ୟାନ୍ୟ ସରକାରୀ ପଦାଧିକାରୀ ଉପସ୍ଥିତ ଥିଲେ ।

Sonalisa

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

25 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

32 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

48 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

53 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago