ଅଶ୍ବିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥିତ୍ବକୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଅଶ୍ବିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥିତ୍ବକୁ ସମର୍ଥନ ଦେଲା ବିଜେଡି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ଓଡ଼ିଶାର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଜେଡି ଏହି ନିଷ୍ପତ୍ତି ନେଇଥିବା ନବୀନ କହିଛନ୍ତି । ଏନେଇ ବିଜେଡି ତରଫରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଅଶ୍ବିନୀ ବୈଷ୍ଣବଙ୍କ ରାଜ୍ୟସଭା ପ୍ରାର୍ଥିତ୍ବକୁ ସମର୍ଥନ ଦେଲା ବିଜେଡି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ଓଡ଼ିଶାର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଜେଡି ଏହି ନିଷ୍ପତ୍ତି ନେଇଥିବା ନବୀନ କହିଛନ୍ତି । ଏନେଇ ବିଜେଡି ତରଫରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି । ରେଲୱେ ଓ ଟେଲିକମ୍ କ୍ଷେତ୍ରରେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ବିଜେଡି ଏହି ନିଷ୍ପତ୍ତି ଗ୍ରହଣ କରିଛି । ଗତଥର ମଧ୍ୟ ବିଜେଡି ସମର୍ଥନରେ ବିଜେପି ପ୍ରାର୍ଥୀ ଭାବେ ଅଶ୍ୱିନୀ ରାଜ୍ୟସଭାକୁ ଯାଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.