Categories: ରାଜ୍ୟ

ଗୋପାଳପୁର ପୋର୍ଟରେ ଦ୍ୱିତୀୟ ବର୍ଥକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ , ଶେରଗଡ଼ ଓ ସାନଖେମୁଣ୍ଡିରେ ବିଭିନ୍ନ ପ୍ରକଳ୍ପର କଲେ ଭିତ୍ତିପ୍ରସ୍ତର ସ୍ଥାପନ

ଗଞ୍ଜାମ(କେନ୍ୟୁଜ୍) : ଭିତ୍ତିଭୂମି ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ । ପର୍ଯ୍ୟଟନ ଓ ଶିଳ୍ପର ବିକାଶପାଇଁ ଖୋଲିଲା ନୂଆରାସ୍ତା । ଗଞ୍ଜାମ ଗୋପାଳପୁରର ପୋର୍ଟରେ ୨ୟ ବର୍ଥର ଉଦ୍‌ଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୪ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ୨ୟ ବର୍ଥ । ଏହା ଦ୍ୱାରା ଉତ୍ପାଦନ ୨ମିଲିଅନ୍‌ ଟନରୁ ୨୦ ମିଲିଅନ୍‌ ଟନକୁ ବୃଦ୍ଧି ପାଇବ । ୮ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ମଧ୍ୟ ମିଳିବ ବୋଲି ନବୀନ କହିଛନ୍ତି । ବିଜୁ ବାବୁଙ୍କ ଲକ୍ଷ୍ୟକୁ ଆମେ ଆଗକୁ ନେଇଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାପରେ ଶେରଗଡରେ ୨୦୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି କାଳିଆ ଯୋଜନା ଚାଷୀ ଭାଇଙ୍କ ଯୋଜନା । ଆଉ ୧୦ଲକ୍ଷ ଚାଷୀ ଏହି ଯୋଜନାରେ ସାମିଲ ହେବେ । ସେହିପରି ଚାଷୀଙ୍କ ପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ଯୋଜନା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ପରେ ସାନଖେମୁଣ୍ଡି ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ମାଣ ଶ୍ରମିକଙ୍କୁ ବିିଭିନ୍ନ ଯୋଜନାରେ ସରକାରୀ ସହାୟତା ପ୍ରଦାନ କରିବା ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନୀବନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

9 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

22 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

31 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

34 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago