Below header

ବିଜେଡିର ବରିଷ୍ଠ ନେତା ବେଦପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବେଦପ୍ରକାଶଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି। ଟ୍ଵିଟ୍‌ କରି ନବୀନ କହିଛନ୍ତି, ବେଦପ୍ରକାଶଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ବିଜୁବାବୁଙ୍କ ଅତ୍ୟନ୍ତ ଘନିଷ୍ଠ ଥିଲେ ବେଦ ପ୍ରକାଶ। ଦୀର୍ଘ ଦିନ ଧରି ସେ ଲୋକଙ୍କ ସେବା କରିଛନ୍ତି । ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ଅପୂରଣୀୟ କ୍ଷତି। ବ୍ୟକ୍ତିଗତ ଭାବେ ମୋ ପାଇଁ, ଦଳ ପାଇଁ ଅପୂରଣୀୟ କ୍ଷତି । କେନ୍ଦ୍ରାପଡ଼ା, ପାଟକୁରାବାସୀଙ୍କ ସହ ମୁଁ ଛିଡ଼ା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.