ଋଷି କପୁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଋଷି କପୁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଗଭୀର ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଭାରତୀୟ ସିନେମା ଜଣେ ମହାନ ଅଭିନେତାଙ୍କୁ ହରାଇଲା ବୋଲି ନବୀନ କହିଛନ୍ତି । ଋଷି କପୁରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ସାଂସଦ ଡ.ଅଚ୍ୟୁତ ସାମନ୍ତ। ସିନେମା ଜଗତର ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.