ଓଡ଼ିଶାବାସୀଙ୍କୁ ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ବର(କେନ୍ୟୁଜ):ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ। ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ଯପଟେ  ଏହି ବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି ଅବସରରେ ସବୁ ହନୁମାନ ମନ୍ଦିର ଗୁଡ଼ିକରେ ସକାଳ ସକାଳୁ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା। ଦର୍ଶନ ପାଇଁ ଶ୍ରଦ୍ଧାଳୁ ମାନଙ୍କ ଲମ୍ବା ଲାଇନ୍‌ ଲାଗିଛି।

 ଓଡ଼ିଆ ନବବର୍ଷ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା:

ଅନ୍ଯପଟେ ପବିତ୍ର ହନୁମାନ ଜୟନ୍ତୀ ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପୁରୀର ଲାଇଟ ହାଉସ ବେଳାଭୂମିରେ ପ୍ରଭୁ ଶ୍ରୀ ହନୁମାନଙ୍କ ଏକ ବିଶାଳ ବାଲୁକା ମୂର୍ତ୍ତି ନିର୍ମାଣ କରିଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ । ଶ୍ରୀ ହନୁମାନ ସଙ୍କଟ ମୋଚନ ନାମରେ ପ୍ରସିଦ୍ଧ । କରୋନା ଭଳି ସଙ୍କଟ ଏବଂ ସାରା ପୃଥିବୀରେ ଚାଲିଥିବା ସମସ୍ୟାକୁ ଦୁର କରି ଶାନ୍ତି ପ୍ରତିଷ୍ଠା କରାଇବାକୁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ମାନସ ।

ଏହି ବାଲୁକା କଳାଟି ୧୭ ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ ୧୨ଟନ୍‌ ବାଲି ଉପଯୋଗ କରାଯାଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ ଘଣ୍ଟା ସମୟ ଲିଗିଥିଲା । ଏଥିରେ ଓଡ଼ିଆ ନୂତନ ବର୍ଷର ଅଭିନନ୍ଦନ ଦେବା ସହିତ ହନୁମାନ ଜୟନ୍ତୀର ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.