Below header

ରାଜ୍ଯରେ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ, ନିର୍ଦ୍ଦେଶ ଦେଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ସ୍ଥଗିତ ରହିଲା ମାଟ୍ରିକ ଓ ଯୁକ୍ତ ୨ ବୋର୍ଡ ପରୀକ୍ଷା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପରୀକ୍ଷା ସ୍ଥଗିତ ରଖାଯାଇଛି। କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ନିର୍ଦ୍ଦେଶ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ମେ ୧୮ତାରିଖରୁ ଆରମ୍ଭ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଇବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ଵାରା ମେ ୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏହାସହ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ଵାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ୧୯ ତାରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.