Below header

୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହିତ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସହାୟତାରେ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ୍‌ ଉଦ୍‌ଘାଟିତ ହୋଇଛି । କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଓ ଆରଟି ପିସିଆର ଲାବ୍‌ର ମଧ୍ୟ ଭିଡିଓ କନଫରେନ୍‌ସିଂରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନାର ଦ୍ୱିତୀୟ ଲହରୀରେ ମେଡିକାଲ ଅକ୍ସିଜେନର ଆବଶ୍ୟକତା ବହୁତ ବଢ଼ିଯାଇଥିଲା । ନିଜର ଆବଶ୍ୟକତା ପୂରଣ ସହ ୧୭ଟି ରାଜ୍ୟକୁ ଓଡ଼ିଶା ଅକ୍ସିଜେନ ଯୋଗାଇବା ଦ୍ୱାରା ଅନେକ ମୂଲ୍ୟବାନ ଜୀବନ ରକ୍ଷା ପାଇପାରିଛି । ଯାହା ପ୍ରତି ଓଡ଼ିଆ ପାଇଁ ଆତ୍ମସନ୍ତୋଷର ବିଷୟ । ରଜ ଓ ସାବିତ୍ରୀ ପରି ଉତ୍ସବ ସମୟରେ ଜନସାଧାରଣ ସତର୍କ ରହିବା ସହ ସବୁ କୋଭିଡ ନିୟମ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.