Below header

୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ବିଚାରପତି ଓ ମୁଖ୍ୟମନ୍ତ୍ରୀମାନଙ୍କ ମିଳିତ ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ : ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ବିଜ୍ଞାନ ଭବନରେ ମୁଖ୍ୟ ବିଚାରପତି ଓ ମୁଖ୍ୟମନ୍ତ୍ରୀମାନଙ୍କ ମିଳିତ ସମ୍ମିଳନୀ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦଘାଟିତ ହେବାକୁ ଥିବା ଏହି ସମ୍ମିଳନୀରେ ପ୍ରଧାନ ବିଚାରପତି ଜଷ୍ଟିସ ଏନ ଭି ରମନା, ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ୟୁ ୟୁ ଲଳିତ ଓ ଜଷ୍ଟିସ ଏ ଏମ ଖାନଉଇଲକର ଯୋଗ ଦେବେ ।

ଶେଷ ଥର ପାଇଁ ୨୦୧୬ ଏପ୍ରିଲ ମାସରେ ହୋଇଥିଲା। ୬ ବର୍ଷ ପରେ ଆୟୋଜିତ ହୋଇଛି ଏହି ସମ୍ମିଳନୀ। ଦେଶର ନ୍ୟାୟ ପ୍ରଦାନ ବ୍ୟବସ୍ଥାରେ ସୁଧାର ଆଣିବା ଏଭଳି ସମ୍ମିଳନୀର ଲକ୍ଷ୍ୟ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି । ଆସନ୍ତା ୨ ତାରିଖରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପ୍ରକଳ୍ପ ବାବଦରେ ସମୀକ୍ଷା କରିବେ । ୩ ତାରିଖ ଅପରାହ୍‌ଣରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବା କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.