ସମ୍ଭାବ୍ୟ ମରୁଡ଼ି ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ଭାବ୍ୟ ମରୁଡ଼ି ସ୍ଥିତିର ସମୀକ୍ଷା କରିବା ସହ ମୁକାବିଲା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଚାଷୀଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ବର୍ତ୍ତମାନ ରାଜ୍ୟର ୨୧୩ଟି ବ୍ଲକରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକୁ ପ୍ରଭାବିତ କରିବା ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବା ସହ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୭ ଦିନ ଭିତରେ ସବୁ ଉଠା ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବାକୁ କୁହାଯାଇଛି ।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲଗୁଡ଼ିକରେ ଜଳ ପ୍ରବାହ ଓ ମନରେଗା କାର୍ଯ୍ୟକ୍ରମ ସହ ଉତ୍ତମ ସମନ୍ଵୟ ରଖି କାମ କରିବାକୁ କୁହାଯାଇଛି । ମାହାତ୍ମାଗାନ୍ଧି ନିଶ୍ଚିତ କର୍ମନିଯୁକ୍ତି ଯୋଜନାକୁ ଗୁରୁତ୍ୱ ଦେବା, ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକଙ୍କ ଜୀବିକା ସୃଷ୍ଟି ପାଇଁ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରକାଶଯୋଗ୍ୟ ଯେ ମୌସୁମୀ ସିଜିନରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ପ୍ରତିଶତ କମ୍ ବର୍ଷା ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.