ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂରେ କୋଭିଡ୍‌ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀଙ୍କୁ ଖାଇବା, ରହିବା, ଔଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗଇ ଦେଉଛନ୍ତି ।

ଏକ୍ଷେତ୍ରରେ ଓଡ଼ିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଏଠାରେ ଧନୀ, ଗରିବ ସମସ୍ତଙ୍କୁ ମାଗଣାରେ ଚିକିତ୍ସା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଟି ଜୀବନ ମୂଲ୍ୟବାନ । ଅଧିକରୁ ଅଧିକ ଲୋକଙ୍କ କିପରି ଜୀବନ ବଞ୍ଚିପାରିବ, ସେ ଦିଗରେ ନିଷ୍ଠାର ସହ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରରେ ପ୍ଲାଜମା ଦାତାଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ନିଷ୍ପତ୍ତି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.