ରାଜ୍ୟ

ଶ୍ରୀକ୍ଷେତ୍ର ଲେଖିବ ନୂଆ ଇତିହାସ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜି ହେବ ଶିଳାନ୍ୟାସ

ପୁରୀ(କେନ୍ଯୁଜ୍): ଶ୍ରୀକ୍ଷେତ୍ର ଲେଖିବ ନୂଆ ଇତିହାସ। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜି ହେବ ଶିଳାନ୍ୟାସ। ରୀତିନୀତିରେ ଯଜ୍ଞ ଚାଲିଥିବା ବେଳେ ପୂର୍ଣ୍ଣାହୁତି ପରେ ହେବ ଶିଳାନ୍ୟାସ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ଶ୍ରୀମନ୍ଦିର ସୁରକ୍ଷା, ସୌନ୍ଦର୍ଯ୍ୟକରଣ ଏବଂ ଭକ୍ତଙ୍କୁ ଅତ୍ୟାବଶ୍ୟକ ସେବା ସୁବିଧା ଯୋଗାଇଦେବା ଲାଗି ଏହି ପ୍ରକଳ୍ପର ଶୁଭାରମ୍ଭ ହେବ। ଏହି ଅବସରରେ ପ୍ରକଳ୍ପ ପାଇଁ ଜମିଦାନ କରିଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ସମ୍ବର୍ଦ୍ଧିତ କରିବେ।

ଆସନ୍ତା ଦେଢବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି। ୨୦୧୬ ଜାନୁଆରୀରେ ଶ୍ରୀମନ୍ଦିର ସୁରକ୍ଷା କରିଡର ଓ ପରିକ୍ରମା ପ୍ରକଳ୍ପ ପରିକଳ୍ପନାର ମୂଳଦୂଆ ପଡିଥିଲା। ସକାଳ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳାବିଜେ, ସକାଳ ୧୦ଟା ୧୫ରୁ ସାଢେ ୧୦ଟା ମଧ୍ୟରେ ଶିଳାସ୍ଥାପନ ଓ ୧୦ଟା ୪୫ରୁ ୧୧ଟା ମଧ୍ୟରେ ପୂର୍ଣ୍ଣାହୁତି ହେବ। ଏହି ଅବସରରେ ପରିକ୍ରମା ପ୍ରକଳ୍ପର ଅନାବରଣ କାର୍ଯ୍ୟ କରାଯିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା କରିଡ଼ର ସହ ସବୁଜ ବଳୟ ସୃଷ୍ଟି ଏବଂ ସୌନ୍ଦର୍ଯ୍ୟକରଣ କରାଯିବ।

ଶ୍ରୀମନ୍ଦିର ଚାରିପାଖରେ ଭକ୍ତଙ୍କ ପରିକ୍ରମା ପାଇଁ ଅନ୍ତଃ ଓ ବାହ୍ୟ ପ୍ରଦକ୍ଷିଣ ପଥ ରହିବ। ଚାରିପାଖରେ ଥିବା ମଠ ଏବଂ ମନ୍ଦିରଗୁଡ଼ିକର ପୁନଃ ବିକାଶ ହେବ। ରଥଯାତ୍ରା ଏବଂ ଅନ୍ୟ ଯାନିଯାତ୍ରା ସମୟରେ ବ୍ୟବହାର ପାଇଁ ସ୍ୱତନ୍ତ୍ର ପ୍ରଦକ୍ଷିଣ ପଥ ରହିବ। ଭକ୍ତଙ୍କ ପାଇଁ ସବୁ ଦ୍ୱାରରେ ରହିବ ସୂଚନା ଓ ଦାନ କେନ୍ଦ୍ର। ଏକାସାଙ୍ଗରେ ୬ହଜାର ଭକ୍ତଙ୍କ ସୁବିଧା ପାଇଁ ଅଭ୍ୟର୍ଥନା ପ୍ରକୋଷ୍ଠ ରହିବ। ପଶ୍ଚିମ ଓ ଦକ୍ଷିଣ ପାର୍ଶ୍ୱରେ ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳୀ ରହିବ। ଦୁଇ ଦିନ ହେଲା ଚାଲିଛି ହୋମ-ଯଜ୍ଞ ଓ ମନ୍ତ୍ରପାଠ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୩ ଅତିିରିକ୍ତ ଏସପି, ୧୦ଜଣ ଡିଏସପି, ୪୦ ଜଣ ଇନ୍‌ସପେକ୍ଟରଙ୍କ ସହ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ।

Sonalisa

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

6 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

22 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

35 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

44 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

48 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago