ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା : ଅବହେଳା ପରିଲକ୍ଷିତ ହେଲେ ପୁଣି ଲକ୍ଡାଉନ ଫେରିବ

ଭୁବନେଶ୍ୱର(କେନ୍ୟୁଜ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ପରିସ୍ଥିତ ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ଆମକୁ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

କୋଭିଡ ଆଚରଣବିଧି ହେଉଛି,କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍ ଗଠନ କରି ଶିକ୍ଷାନୁଷ୍ଠାନ ଗୁଡିକ ନିୟମିତ ଭାବରେ ଅଚାନକ ଯାଞ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ – ଏହି high risk groupର ନିୟମିତ ଭାବରେ ଟେଷ୍ଟିଂ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମ୍ମାନଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଡେଲ୍ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ Micro Contentment Zone କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଯୋଗାଣରେ ବୃଦ୍ଧି ଘଟିଥିବାରୁ ଟିକାକରଣରେ ମଧ୍ୟ ଉନ୍ନତି ଆସିଛି । ତେଣୁ ଯେପରି ସବୁ ଲୋକ ତାଙ୍କର ଦୁଇଟି ଯାକ ଡୋଜ ନିଶ୍ଚିତ ନେବେ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗକୁ ପାର୍ବଣ ଋତୁ ଆସୁଛି । କେରଳରେ ଓନାମ୍ ପର୍ବ ପାଳନ ପରେ ପରେ ସଂକ୍ରମଣ ବୃଦ୍ଧିର ଉଦାହରଣ ଦେଇ ପାର୍ବଣ ସମୟରେ ସମସ୍ତଙ୍କୁ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିସ୍ଥିତିର ଗୁରୁତ୍ବକୁ ଉପଲବ୍ଧି କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ ।

ଏହାଦ୍ବାରା ଆମେ ଭବିଷ୍ୟତରେ ଲକ୍ଡାଉନକୁ ଏଡାଇ ପାରିବା ଏବଂ ଲୋକଙ୍କ ଆର୍ଥିକ ଅବସ୍ଥାରେ କ୍ଷତି ହେବ ନାହିଁ ।ପାର୍ବଣ ଋତୁ ସମୟରେ ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ନିୟନ୍ତ୍ରଣ କରିବା ପାଇଁ ନିର୍ଣ୍ଣାୟକ ହେବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଭିଡକୁ ନ ଯିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସାଧାରଣ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲକ୍ଡାଉନ କୋହଳ କରାଯାଇଛି। କିନ୍ତୁ ତାର ଅର୍ଥ ନୁହେଁ ଯେ ଆମେ ନିୟମ ପାଳନରେ ଢିଲା କରିବା । ତେଣୁ ଯଦି ଆବଶ୍ୟକ ପଡେ, ସାମୁହିକ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ପୁଣି ଥରେ ଲକ୍ଡାଉନ ପାଇଁ ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ଅନୁପାଳନ ଉପରେ ଗୁରୁତ୍ବ ଦେଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା ରଖିଥିଲେ ।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମଧ୍ୟ କୋଭିଡ ନିୟମ ଅନୁପାଳନ ଉପରେ ପୋଲିସର ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ବି.ଏମ୍.ସି ଏବଂ ସି.ଏମ୍.ସିର କମିଶନର, ଦେବଗଡ ଓ ପୁରୀର ଜିଲ୍ଲାପାଳମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ଉପରେ ସୂଚନା ଦେଇଥିଲେ।ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

Niharanjan

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

15 seconds ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

3 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

7 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

20 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

37 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago