ଆସନ୍ତାକାଲି ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗସ୍ତ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି। ଢେଙ୍କାନାଳର ଯୋରନ୍ଦା ପୀଠରେ ପୁନଃବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏନେଇ୧୧୨ କୋଟି ଟଙ୍କାର ମାଷ୍ଟରପ୍ଲାନକୁ ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗସ୍ତ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି। ଢେଙ୍କାନାଳର ଯୋରନ୍ଦା ପୀଠରେ ପୁନଃବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏନେଇ୧୧୨ କୋଟି ଟଙ୍କାର ମାଷ୍ଟରପ୍ଲାନକୁ ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଢେଙ୍କାନାଳ ପରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର, ବରଗଡ଼ ଓ ବଲାଙ୍ଗୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆଗକୁ ସାଧାରଣ ନିର୍ବାଚନ । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ଏବେ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ବପୂର୍ଣ୍ଣ ।

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ମାଆ ସମଲେଇ ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆବର୍ଷରେ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସୁକତେଲ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପଦ୍ମପୁର ଜିଲ୍ଲା ମାନ୍ୟତା ମିଳିବା ନେଇ ପ୍ରଶାସନିକ ପ୍ରକ୍ରିୟା ଜାରି ରହିଛି । ମୁଖ୍ୟମନ୍ତ୍ରୀ ପଦ୍ମପୁର ଗସ୍ତ କରି ଜିଲ୍ଲା ମାନ୍ୟତା ସଂପର୍କରେ ବିଧିବଦ୍ଧ ଘୋଷଣା କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.