ଲୋକସେବା ଭବନରେ ବୌଦ୍ଧ ମହୋତ୍ସବର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭିଡିଓ କନଫେରେନ୍ସିଂରେ ଉଦଘାଟନ

କେନ୍ୟୁଜ୍(ବ୍ୟୁରୋ):ବୌଦ୍ଧ ମହୋତ୍ସବର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ଭିଡିଓ କନଫେରେନ୍ସିଂରେ ମୁଖ୍ୟମନ୍ତ୍ରୀ ମହୋତ୍ସବର ଉଦଘାଟନ କରିଛନ୍ତି । ଏଥିସହ ବୌଦ୍ଧ ଜିଲ୍ଲା ପାଇଁ ୨୭ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପର ପାଇଁ ୧୧୪ କୋଟି ଟଙ୍କା ଖର୍ଚ୍ଚ ହେବ । ପ୍ରମୁଖ ପ୍ରକଳ୍ପ ମଧ୍ୟରେ ରହିଛି ବୌଦ୍ଧ ସହରର ପାନୀୟ ଜଳ ପ୍ରକଳ୍ପର ଉଦଘାଟନ ଓ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତପ୍ରସ୍ତର ସ୍ଥାପନ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିର୍ମାଣ ପାଇଁ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏହି କାମ ଠିକ ସମୟରେ ଶେଷ ହେବା ସହିତ ଜନସାଧାରଣଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ସଡ଼କ ପ୍ରକଳ୍ପ, ସ୍ପୋର୍ଟସ କଂପ୍ଲେକ୍ସ, ଛାତ୍ରୀନିବାସ ଆଦି ଦ୍ୱାରା ବୌଦ୍ଧ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ଵିତ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗ ମନ୍ତ୍ରୀ, ଆଇନ ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସମେତ ବିଭିିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.