କ୍ୟାପିଟାଲ ଏବଂ ବି.ଏମ୍‌.ସି. ହସ୍ପିଟାଲରେ ମିଳିବ ସୁପର ସ୍ପେସାଲିଷ୍ଟ ସେବା, କର୍ପସ ଫଣ୍ଡକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  କ୍ୟାପିଟାଲ ଏବଂ ବି.ଏମ୍‌.ସି. ହସ୍ପିଟାଲରେ ସୁପର ସ୍ପେସାଲିଷ୍ଟ ନିଯୁକ୍ତି ପାଇଁ କର୍ପସ ଫଣ୍ଡ । ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇଁ କର୍ପସ୍‌ ପାଣ୍ଠି ବ୍ୟବସ୍ଥାର ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ୱାରା ଖ୍ୟାତନାମା ଅଭିଜ୍ଞ ସୁପର ସ୍ପେସିଆଲିଷ୍ଟଙ୍କୁ ଆପୋଷ ଦରମା ଚୁକ୍ତିଭିତ୍ତିରେ ଭୁବନେଶ୍ୱର ଆଡକୁ ଆକର୍ଷିତ କରାଯାଇପାରିବ । କର୍ପସ୍‌ ପାଣ୍ଠିକୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ନିର୍ଦ୍ଦେଶକଙ୍କ ତତ୍ୱାବଧାନରେ ବିନିଯୋଗ କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତ ।

ଅଭିଜ୍ଞ ଓ ଖ୍ୟାତନାମା ସ୍ପେସିଆଲିଷ୍ଟଙ୍କୁ ଚୟନ କରିବା ନିମନ୍ତେ ବି.ଏମ୍‌.ସି. କମିଶନରଙ୍କ ଅଧ୍ୟକ୍ଷତାରେ ଏକ ୪ ଜଣିଆ କମିଟି ଗଠନ କରାଯାଇଛି । ଏଥିରେ ଭୁବନେଶ୍ୱର ସ୍ନାତକତ୍ତୋର ଭେଷଜ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ନିର୍ଦ୍ଦେଶକ ଓଡ଼ିଶା, ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଏବଂ କ୍ୟାପିଟାଲ୍‌ ହସ୍ପିଟାଲର ନିର୍ଦ୍ଦେଶକ ସଦସ୍ୟ ଅଛନ୍ତି । ଏହି ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଚୟନ ଓ ଦରମା ଚୁକ୍ତି ଆଦି ବିଷୟ ନିର୍ଦ୍ଧାରଣ କରିବେ

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.