Below header

ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି, ଅଧ୍ୟକ୍ଷ ପଦରେ ଜଣେ ସ୍ୱତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀ ରହିବେ

ରାଜ୍ୟରେ ସ୍ଥାୟୀ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ବୋର୍ଡରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି। ରାଜ୍ୟରେ ସ୍ଥାୟୀ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ବୋର୍ଡରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି। ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ୱତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ।

ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇଜି ପାହ୍ୟାର ଅଧିକାରୀ ରହିବେ। ଅନ୍ୟ ଜଣେ ଡିଆଇଜି ବା ଏସ୍‌ପି ପାହ୍ୟାରେ ରହିବେ। ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ଇନିସ୍ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ୱ ଏହି ବୋର୍ଡ ସଂପାଦନ କରିବ। ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ଵାରା ପୋଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ଵିତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.