Categories: ରାଜ୍ୟ

ବୌଦ୍ଧ କଣ୍ଟାମାଳରେ ୪୨୬ କୋଟି ବ୍ୟୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍ : ବୌଦ୍ଧ ଓ ଭଞ୍ଜନଗର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପ୍ରଥମେ ବୌଦ୍ଧର କଣ୍ଟାମାଳରେ ପହଞ୍ଚିଛନ୍ତି। ୪୨୬ କୋଟି ବ୍ୟୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ବହୁ ପ୍ରତୀକ୍ଷିତ ବୌଦ୍ଧ-ମର୍ଜାକୁଦ ମହାନଦୀ ସେତୁର ଶିଳାନ୍ୟାସ ହୋଇଛି। ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିବା ସହ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି। ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀଙ୍କ ବୌଦ୍ଧ ଗସ୍ତ କାର‌୍ୟ୍ୟକ୍ରମ ରହିଛି। ସେଠାରେ ୫୪୩ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ। ଏହାପରେ ସାଧାରଣ ସଭାରେ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

KNews Bureau

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

7 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

22 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

32 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

43 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago