ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର(କେନ୍ୟୁଜ୍): ବିଶିଷ୍ଟ ଗାୟିକା ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ। ୬୦ ଓ ୭୦ ଦଶକରେ ତାଙ୍କ ସଂଗୀତର ମଧୁର ମୂର୍ଚ୍ଛନା ଜନ ମାନସକୁ ଏବେ ମଧ୍ୟ ଜୀବନ୍ତ ରହିଛି । ତାଙ୍କର ସଙ୍ଗୀତ ଗୁଡ଼ିକ ଅତ୍ୟନ୍ତ ଶ୍ରୁତି ମଧୁର ଓ ଶ୍ରୋତା ମାନଙ୍କୁ ଗଭୀର ଆନନ୍ଦ ପ୍ରଦାନ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗ ଓଡିଆ ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ସେ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇ ଛନ୍ତି।

କୋଲକାତାର ଏକ ଘରୋଇ ହସ୍‌ପିଟାଲରେ ଗତକାଲି ରାତିରେ ୮୧ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ନିର୍ମଳାଙ୍କର ହୃଦଘାତରେ ପରଲୋକ ଘଟିଛି। ମରଶରୀରରୁ ପ୍ରଥମେ କୋଲକାତାର ଚେତଲାସ୍ଥିତ ବାସଭବନକୁ ନିଆଯାଇଥିଲା। ପରେ ଶେଷ ଦର୍ଶନ ପାଇଁ ତାଙ୍କ ପାର୍ଥିବ ଶରୀରକୁ କୋଲକାତାର ରବୀନ୍ଦ୍ର ସଦନ ଠାରେ ରଖାଯାଇଥିଲା। ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ସଂସ୍କୃତି ମନ୍ତ୍ରୀ ଇନ୍ଦ୍ରନିଲ ସେନ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। କୋଲକାତାର କେଓଡାତାଲା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି। ନିର୍ମଳା ମିଶ୍ରଙ୍କ ବିୟୋଗରେ ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ନିର୍ମଳାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଉଚ୍ଚ କୋଟିର ଗାୟିକାଭାବେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ ବୋଲି ନବୀନ କହିଛନ୍ତି । ନିର୍ମଳା ମିଶ୍ର ଓଡ଼ିଆ ସିନେଜଗତର ଜଣେ ଲୋକପ୍ରିୟ ଗାୟିକା ଥିଲେ । ଷାଠିଏ ଓ ସତୁରୀ ଦଶକରେ ସେ ଅନେକ ଓଡ଼ିଶା ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.