Below header

‘ତିତ୍‌ଲି’ ଦ୍ବାରା ପ୍ରଭାବିତ ତିନୋଟି ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍) : ବାତ୍ୟା ତିତ୍‌ଲି ପ୍ରଭାବରେ ରାଜ୍ୟର ତିନିଟି ଜିଲ୍ଲା ବେଶୀ ପ୍ରଭାବିତ ହୋଇଛି । ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବାତ୍ୟା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏସବୁ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନିଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ଆକାଶମାର୍ଗରୁ ଉଦ୍ଧାର ଓ ରିଲିଫ ବଣ୍ଟନର ଆବଶ୍ୟକତା ଥିବା ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି । ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଛ ପଡ଼ି ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ପୁନରୁଦ୍ଧାର କାର୍ଯ୍ଯ ତ୍ୱରାନ୍ଵିତ କରିବା ପାଇଁ ଅଧିକ ଲୋକଙ୍କର ଆବଶ୍ୟକତା ଥିବା କହିଛନ୍ତି ରାୟଗଡ଼ା ଜିଲ୍ଲାପାଳ । ନିଜ ନିଜ ଜିଲ୍ଲାର ବର୍ତ୍ତମାନ ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି ଜିଲ୍ଲାପାଳ । ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାର୍ଯ୍ଯ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର, ରନ୍ଧା ଖାଦ୍ୟ ଓ ରିଲିଫ ସାମଗ୍ରୀ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.