ରାଜ୍ୟ

ଆରମ୍ଭ ହେଲା ମେକ ଇନ ଓଡ଼ିଶା ମହାକୁମ୍ଭ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍):  ମେକଇନ ଓଡିଶାର ତୃତୀୟ ସଂସ୍କରଣ ଆରମ୍ଭ। ସରକାରଙ୍କ ବଡ଼ ଆୟୋଜନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଗାମୀ ଦିନରେ ଓଡିଶା ହେବ ଶିଳ୍ପ ସମୃଦ୍ଧ ରାଜ୍ୟ । ଆଜି ଠୁ ଆରମ୍ଭ ହୋଇଥିବା ଏହି ସଂସ୍କରଣ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ୧୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଉଥିବା ବେଳେ ୧୩୦ଟି ଶିଳ୍ପ ସଂସ୍ଥା ପୁଞ୍ଜି ନିବେଶ କରିବେ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି।

ଏପରିକି ଗତ ଦୁଇଟି ସଂସ୍କରଣ ଅପେକ୍ଷା ଚଳିତ ଥର ଅଧିକ ଅର୍ଥାତ ୬ ଲକ୍ଷ କୋଟିରୁ ଉର୍ଦ୍ଧ୍ବ ପୁଞ୍ଜି ନିବେଶର ବି ଆଶା କରିଛନ୍ତି ସରକାର । ବିଶେଷ କରି ୭ ଟି ପ୍ରମୁଖ ସେକ୍ଟର ଉପରେ ଫୋକସ୍ ରଖାଯାଇଛି । ମେଟାଲ ଓ ମିନେରାଲ, ପେଟ୍ରୋକେମିକାଲ, ଟେକ୍ସଟାଇଲ,ଫୁଡ଼ ପ୍ରୋସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଏବଂ ଆଇଟି ସେକ୍ଟରକୁ ଅଧିକ ଫୋକସ୍ କରାଯାଇଛି ।

ସେହିପରି ମେକଇନ ଓଡିଶା ପାଇଁ ଚଳିତ ଥର ଜାପାନ, ନରୱେ ଏବଂ ଜର୍ମାନୀର କଣ୍ଟ୍ରି ପାର୍ଟନର ରଖା ଯାଇଛି। ଆସନ୍ତାକାଲି ପ୍ଲେନାରୀ ସେସନରେ ମିତ୍ତଲ, ବିର୍ଲା, ବେଦାନ୍ତ, ଜିନ୍ଦଲ କମ୍ପାନୀ ଗ୍ରୁପର ଅଧ୍ୟକ୍ଷମାନେ ଯୋଗ ଦେବେ।ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ ପରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଝଲସୁଛି ଜନତା ମଇଦାନ।

KNews Bureau

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

6 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

18 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

25 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

27 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

45 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago