Below header

ହକି ବିଶ୍ଵକପ୍‌ ପାଇଁ ସଜବାଜ: ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ

କେନ୍ୟୁଜ୍(ବ୍ୟୁରୋ): ପୁରୁଷ ହକି ବିଶ୍ଵକପ୍‌କୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ । ହକି ବିଶ୍ୱକପ୍‌ ଆୟୋଜନ ତଥା ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ କ୍ରୀଡ଼ା ମହୋତ୍ସବର ସଫଳତା ପାଇଁ ସବୁ ରାଜନୈତିକ ଦଳର ସହଯୋଗ କାମନା କରିଛନ୍ତି । ବିଶ୍ଵକପ୍‌ ହକି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ନବୀନ ଘୋଷଣା କରିଥିଲେ । ବିଶ୍ଵକପ୍‌ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ ।

ବିଶ୍ୱକପ୍‌ ହକିର ଆୟୋଜନରେ କେବଳ ଓଡ଼ିଶା ନୁହେଁ ସାରା ଦେଶର ସମ୍ମାନ ଜଡ଼ିତ । ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । କ୍ରୀଡ଼ାର ଉନ୍ନତି ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇଥିଲେ ବିଭିନ୍ନ ରାଜନୈତିକ ଦଳ । ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଉରକେଲା-ଭୁବନେଶ୍ଵର ରେଳପଥକୁ ହକି ପାଇଁ ବ୍ରାଣ୍ଡିଂ କରିବା ସୁଚିନ୍ତିତ ମତାମତ ଦେଇ କେନ୍ଦ୍ର ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ । କ୍ରୀଡ଼ା ସଚିବ ଆର. ଭିନିଲକ୍ରିଷ୍ଣା ଆଗାମୀ ୧୩ ତାରିଖରୁ ୨୯ ତାରିଖ ଯାଏ ଆୟୋଜିତ ହେବାକୁ ଥିବା ଏହି ୧୭ ଦିନିଆ ଭବ୍ୟ କ୍ରୀଡା ମହୋତ୍ସବର ପ୍ରସ୍ତୁତି ଓ ବିଭିନ୍ନ କାର୍ଯ୍ୟକ୍ରମର ବିବରଣୀ ବୈଠକରେ ଉପସ୍ଥାପନା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.