Below header

ମୋଦିଙ୍କ ସହ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ସମ୍ପର୍କରେ କଲେ ଅବଗତ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୁରୁତର ଓ ଆହତଙ୍କ ଜୀବନ ବଞ୍ଚାଇବା ପାଇଁ ଯଥାସମ୍ଭବ ପଦକ୍ଷେପ ନିଆଯାଇଛି । ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଆହତଙ୍କ ଚିକିତ୍ସା କରାଯାଇଛି । ଡାକ୍ତର, ଡାକ୍ତରୀ ଛାତ୍ରମାନେ ଜୀବନ ରକ୍ଷା କରିବାକୁ ଯଥାସମ୍ଭବ ଚେଷ୍ଟା କରିଛନ୍ତି ।

କେନ୍ୟୁଜ୍(ବ୍ୟୁରୋ): ମୋଦି-ନବୀନ ଆଲୋଚନା । ବାହାନଗା ଟ୍ରେନ୍‌ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନର ସ୍ଥିତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ବିଶେଷ କରି ଚିକିତ୍ସିତ ହେଉଥିବା ଆହତଙ୍କ ସମ୍ପର୍କରେ ଆଲୋଚନା କରିଛନ୍ତି ଦୁଇ ନେତା । ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୁରୁତର ଓ ଆହତଙ୍କ ଜୀବନ ବଞ୍ଚାଇବା ପାଇଁ ଯଥାସମ୍ଭବ ପଦକ୍ଷେପ ନିଆଯାଇଛି । ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଆହତଙ୍କ ଚିକିତ୍ସା କରାଯାଇଛି । ଡାକ୍ତର, ଡାକ୍ତରୀ ଛାତ୍ରମାନେ ଜୀବନ ରକ୍ଷା କରିବାକୁ ଯଥାସମ୍ଭବ ଚେଷ୍ଟା କରିଛନ୍ତି ।

ସାଧାରଣ ଲୋକ ଆହତଙ୍କ ପାଇଁ ରକ୍ତଦାନ କରିବାକୁ ଆଗେଇ ଆସିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି, ପ୍ରତ୍ୟେକ ଜୀବନ ମୂଲ୍ୟବାନ ନୀତି ଅନୁସରଣ କରିଛନ୍ତି ସରକାର । ଉଦ୍ଧାରଠାରୁ ଆହତଙ୍କୁ ହସ୍ପିଟାଲ ନେବା, ଚିକିତ୍ସା ବ୍ୟବସ୍ଥା ଯାଏ ଆମେ ଜୀବନ ରକ୍ଷା କରିବାକୁ କୌଣସିଥିରେ ବି ହେଳା କରିନାହୁଁ । ମୋଟ୍‌ ୧୧ଶହ ୭୫ ଆହତଙ୍କ ଭିତରୁ ୭୯୩ ଜଣ ଡିସଚାର୍ଜ ହୋଇଛନ୍ତି । ଅଧିକାଂଶ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ।

ବର୍ତ୍ତମାନ ବିଭିନ୍ନ ସରକାରୀ ଓ ଘରୋଇ ହସ୍ପିଟାଲରେ ୩୮୨ ଜଣ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ରାଜ୍ୟ ସରକାରଙ୍କ ତ୍ୱରିତ ପଦକ୍ଷେପ ଓ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ଯେକୌଣସି ପ୍ରକାର ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ରାଜ୍ୟବାସୀଙ୍କ ସାହାଯ୍ୟ ଓ ସହଯୋଗକୁ ବି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.