୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ହରାଇଛି ଭାରତୀୟ ଦଳ, କାଲି ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା । ୧୪ ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳ । ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି ।

ଆସନ୍ତାକାଲି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ । ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.