କାଲି ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆହତ ଯାତ୍ରୀଙ୍କୁ ସୁସ୍ଥ କରିବା ପାଇଁ ସବୁ ହସ୍ପିଟାଲକୁ ଦେଲେ ନିର୍ଦ୍ଦେଶ

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରେ ଏସଆରସିଙ୍କ ଅଫିସରେ ରେଳ ଦୁର୍ଘଟଣାର ସମୀକ୍ଷା କରିଛନ୍ତି। ଆସନ୍ତାକାଲି ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ।

କେନ୍ୟୁଜ୍(ବ୍ୟୁରୋ): ବାଲେଶ୍ୱର ବାହାନଗା ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱରରେ ଏସଆରସିଙ୍କ ଅଫିସରେ ରେଳ ଦୁର୍ଘଟଣାର ସମୀକ୍ଷା କରିଛନ୍ତି। ଆସନ୍ତାକାଲି ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତ ଯାତ୍ରୀଙ୍କୁ ସୁସ୍ଥ କରିବା ପାଇଁ ସମସ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ରାଜ୍ୟ ସରକାରଙ୍କ ପ୍ରଥମ ପ୍ରାଥମିକତା ବୋଲି କହିଛନ୍ତି।

ଆହତ ଓ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ସମସ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ ସୂଚନା ଅବଗତ କରାଇଥିଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଏହା ର୍ପୂୂବରୁ ସୁରକ୍ଷା ଓ ଉଦ୍ଧାର କାର୍ଯ୍ୟର ତଦାରଖ ପାଇଁ ରାଜସ୍ୱ ମନ୍ତ୍ରୀଙ୍କ ସହ ବରିଷ୍ଠ ଅଧିକାରୀଙ୍କ ଏକ ଟିମ୍‌କୁ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦେଇଥିଲେ ନବୀନ।

Leave A Reply

Your email address will not be published.