ପ୍ରତ୍ୟେକ ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେ ନ୍ୟୁଜ): ବାତ୍ୟା “ୟସ” କୁ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟ ସଚିବ ଓ SRCଙ୍କ ଠାରୁ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତିକି, ପ୍ରତିଟି ଜୀବନ ମୂଲ୍ୟବାନ । ଏହା ସହ ନିୟମିତ ଭାବରେ ସ୍ଥିତି ଉପରେ ନଜର ରଖିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଶାସନର ସହଯୋଗ କରିବାକୁ ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତିକି ବର୍ତ୍ତମାନର କୋଭିଡ ସମୟ ସହ ବାତ୍ୟା ଆମ ପାଇଁ ଡବଲ ଚ୍ୟାଲେଞ୍ଜ ନେଇ ଆସିଛି । ତେଣୁ ଆମକୁ ସତର୍କ ରହିବାକୁ ହେବ ।

ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୩ଟା ସୁଦ୍ଧା ପ୍ରାୟ ଅଢେଇ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି । ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ସୁବିଧା ପାଇଁ ସମସ୍ତ ବନ୍ଦୋବସ୍ତ କରାଯାଇଛି ବୋଲି କହିଛନ୍ତି ଏସ୍‌ଆର୍‌ସି । ୪୫୦୦  ଗର୍ଭବତୀଙ୍କ ରକ୍ଷଣାବେକ୍ଷଣ ପାଇଁ ବ୍ୟବସ୍ଥା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.