ଆଇ.ଟି.ଆଇ. ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ଛାତ୍ରଛାତ୍ରୀ ମାନଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି ଜଣାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି ।

କୋଭିଡ ଯୋଗୁଁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନଥିଲେ। ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.