ଆଜି ବାଲେଶ୍ୱର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭରାମ୍ଭ

ଆଜି ବାଲେଶ୍ୱର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭରାମ୍ଭ କରିବେ। ବାଲେଶ୍ୱର ପୋଲିସ ଲାଇନ ପଡିଆରେ ପହଞ୍ଚି ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ବାଲେଶ୍ୱର ଜିଲ୍ଲାରେ ୫ ଲକ୍ଷ ୧୩ ହଜାର ୩୫୨ ପରିବାରର ୧୯ ଲକ୍ଷରୁ ଅଧିକ ହିତାଧିକାରୀ ଏହି ସୁବିଧା ପାଇବେ। ସେହିପରି ୩୫୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ମୁଖ୍ୟମନ୍ତ୍ରୀ ୧୧୦୦ କୋଟି ଟଙ୍କାର ୧୦୯ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂର୍ବାଞ୍ଚଳ ଡିଆଇଜି ହିମାଂଶୁ ଲାଲ, ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱରେ ୩ ଜଣ ଅତିରିକ୍ତ ଏସପି, ୧୩ ଡିଏସପି , ୨୨ ଇନ୍ସପେକ୍ଟର,୯୪ ଜଣ ଏଏସଆଇ ଓ ଏସଆଇଙ୍କ ସମେତ ମୋଟ ୨୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.