କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ଚଳିତ ବର୍ଷ ପାଳିବେନି ଜନ୍ମଦିନ

ଭୁବନେଶ୍ୱର(କେ ନ୍ୟୁଜ): ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ଼ ସଂକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ସେ ନିରନ୍ତର ପାଇ ଆସିଛନ୍ତି । ଆଉ ଏନେଇ ସେ ସବୁବେଳେ ସେମାନଙ୍କ ନିକଟରେ ଋଣୀ ହୋଇ ରହିବେ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।

ତେଣୁ ଆସନ୍ତା କାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.