ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ, ୧୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଜିରୋ ଟଲେରନ୍ସ ନୀତିକୁ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଦୁର୍ନୀତି ଅଭିଯୋଗରେ ଆଜି ଆଉ ୧୬ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏମାନଙ୍କ ମଧ୍ୟରେ ଅଛନ୍ତି ୫ ଜଣ ପ୍ରଧାନ ଶିକ୍ଷକ, ୪ ଜଣ ଇଂଜିନିୟର, ୨ ଜଣ ଆରଆଇ, ଜଣେ ଫାର୍ମାସିଷ୍ଟ, ଜଣେ ଅମିନ, ଜଣେ ପିଇଓ ଏବଂ ୨ ଜଣ କିରାଣୀ । ଏହି ସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ସେହିଭଳି ଗତ ଏକ ମାସ ମଧ୍ୟରେ ୩୭ ଅଧିକାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବରଖାସ୍ତ କରିବା ସହ ୬ ଜଣଙ୍କ ପେନ୍‌ସନ୍‌କୁ ବନ୍ଦ କରିଛନ୍ତି ରାଜ୍ୟ ସରକାର ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.