ଚାଲିଗଲେ କିଶୋର… ଦେଇଗଲେ ଦୁଃଖ, ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

କେନ୍ୟୁଜ୍(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ବ୍ୟକ୍ତ କରିଛନ୍ତି। ଜଣେ ରାଜନେତା ଓ ବିଧାୟକ ଭାବେ ସେ ସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ରାଜ୍ୟପାଳ । ଏହା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି । କିଶୋର ମହାନ୍ତିଙ୍କ ବିୟୋଗରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି । ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ପରିଚିତ ଥିଲେ। ତାଙ୍କ ଅକାଳ ବିୟୋଗ ଓଡ଼ିଶା ରାଜନୀତି ପାଇଁ ଏକ ବିରାଟ କ୍ଷତି ବୋଲି ସେ କହିଛନ୍ତି ।

କିଶୋର ମହାନ୍ତିଙ୍କ ଅକାଳ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡିର ଜଣେ ଦକ୍ଷ ନେତା ତଥା ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ।

କିଶୋର ମହାନ୍ତିଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି ଡ. ସାମନ୍ତ।..