ଲତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ନୀରବି ଗଲେ ସ୍ୱର ସମ୍ରାଜ୍ଞୀ । ଶୋକରେ ପୂରା ଦେଶ।  ୯୨ ବର୍ଷ ବୟସରେ ଲତା ମଙ୍ଗେସକରଙ୍କ ମୁମ୍ବାଇ ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ସକାଳ ୮ଟା ୧୨ରେ ପରଲୋକ ଘଟିଛି। ୨୯ ଦିନ ହେଲା ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ଲତା। ତାଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ସ୍ମୃତିରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ହେବ। ଏହା ସହ ତାଙ୍କ ସମ୍ମାନର୍ଥେ ଅର୍ଦ୍ଧନମିତ ହେବ ଜାତୀୟ ପତାକା ୧୯୨୯ ସେପ୍ଟେମ୍ବର ୨୮ ମଧ୍ୟପ୍ରଦେଶରେ ଜନ୍ମଗ୍ରହଣ କରିଥିଲେ ଲତା।

ଲତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ବାଭୂଷଣ ହରିଚନ୍ଦନ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ।

ଆଜି ସନ୍ଧ୍ୟା ୬ଟା ୩୦ରେ ଶିବାଜୀ ପାର୍କରେ ଲତା ମଙ୍ଗେସକରଙ୍କ ଅନ୍ତିମ ସଂସ୍କାର ହେବ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ । ଲତାଙ୍କ ବିୟୋଗରେ ୨ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ। ତାଙ୍କ ସମ୍ମାନରେ ଅର୍ଦ୍ଧନମିତ ହେବ ଜାତୀୟ ପତାକା । ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.