ସୋର ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

କେନ୍ୟୁଜ୍(ବ୍ୟୁରୋ):  ଆଜି ଅପରାହ୍ନରେ ବାଲେଶ୍ବର ସୋର ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋର ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।