Below header

ପ୍ରବଳ ବର୍ଷା ପାଇଁ ଭୟଭୀତ ନହୋଇ ପ୍ରଶାସନର ନିର୍ଦ୍ଦେଶ ପାଳନ କରନ୍ତୁ, ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

କେନ୍ୟୁଜ୍(ବ୍ୟୁରୋ):ପ୍ରବଳ ବର୍ଷା ପାଇଁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିପାଇଁ ଭୟଭୀତ ନ ହୋଇ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ଅପିଲ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଜିଲ୍ଲା ପ୍ରଶାସନକୁ ସହଯୋଗ କରନ୍ତୁ । ନିଜେ ସୁରକ୍ଷିତ ରହିବା ସହ ନିଜ ପରିବାରକୁ ସୁରକ୍ଷିତ ରଖନ୍ତୁ । ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.