Below header

କୋଭିଡ୍‌ ଚିକିତ୍ସା ଭିତ୍ତିଭୂମି ସୁଦୃଢ଼ ପାଇଁ ପଶ୍ଚିମ ଓଡ଼ିଶାକୁ ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମ ଓଡ଼ିଶାକୁ ସ୍ୱତନ୍ତ୍ର କୋଭିଡ୍‌ ପ୍ୟାକେଜ୍‌ । ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅର୍ଥ ଜରୁରିକାଳୀନ ଚିକିତ୍ସା ଉପକରଣ କିଣିବା ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଦ୍ୱାରା ଯୋଗାଇ ଦିଆଯିବ । ଏହାଦ୍ୱାରା ପଶ୍ଚିମ ଓଡ଼ିଶାରେ କୋଭିଡ୍‌ ଚିକିତ୍ସା ଭିତ୍ତିଭୂମି ସୁଦୃଢ଼ ହେବ ।

ଆଜି ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର କୋଭିଡ୍‌ ଚିକିତ୍ସା ଉପକରଣ ଲୋକଙ୍କ ସେବାର ଉତ୍ସର୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସହାୟତା ଫଳରେ ଉପକୃତ ହେବେ ସମ୍ବଲପୁର,କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ଦେବଗଡ଼, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲା । ଭିଡିଓ କନ୍‌ଫରେନ୍‌ସିଂ ହୋଇଥିବା କାର୍ଯ୍ୟକ୍ରମରେ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ମଧ୍ୟ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲା ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଥିବାରୁ ଡ. ସାମନ୍ତ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.