Below header

ଶିଶୁ ମହିଳାଙ୍କ ବରୋଧରେ ଅପରାଧ ରୋକିବା ପାଇଁ ସ୍ୱତନ୍ତ୍ର ଶାଖା: ୬୨ଟି ପଦବୀକୁ ମଞ୍ଜୁରୀ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ଶିଶୁ ମହିଳାଙ୍କ ବରୋଧରେ ଅପରାଧ ରୋକିବା ପାଇଁ ସ୍ୱତନ୍ତ୍ର ଶାଖା ଖୋଲିବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୬୨ଟି ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହ ସାଇବର ଫରେନସିକ୍‌ ଓ IT ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଞ୍ଜୁର ଦିଆଯାଇଛି ।

ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏହି ଶାଖା ପରିଚାଳିତ ହେବ । ଦୁଇ ଜଣ ଅତିରିକ୍ତ ଏସପି, ୧୦ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ । ଏଥିସହ ୫ ଜଣ Ministerial staff ପଦବୀକୁ ମଧ୍ୟ ମଞ୍ଜୁରୀ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.