ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶୋକା ପ୍ରକଶ କଲେ ବିଶିଷ୍ଟ ବ୍ୟକ୍ତି ବିଶେଷ

କେନ୍ୟଜ୍(ବ୍ୟୁରୋ): ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମହାରଥୀଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।
ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପ୍ରଦୀପ ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଓ ବିଜୁ ବାବୁଙ୍କ ପୁରାତନ ସହଯୋଗୀ ଥିଲେ। ନିଜର ଦୃଢ ସଙ୍ଗଠନ କ୍ଷମତା ଲାଗି ସେ ବେଶ୍ ପରିଚିତ। ଏଥିଲାଗି ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା।’ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ଶୋକସନ୍ତପ୍ତ ପରିବାର ଓ ପିପଲିବାସୀଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି।
ସବୁବେଳେ ଲୋକଙ୍କ ସାଙ୍ଗରେ ରହିବା ଓ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଦିନରାତି ଲାଗି ରହିବା ଥିଲା ତାଙ୍କର ପସନ୍ଦ । ତାଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ଓ ସାମାଜିକ ଜୀବନରେ ଏକ ଅପୂରଣୀୟ କ୍ଷତି ହେଲା ।
— Dharmendra Pradhan (@dpradhanbjp) October 4, 2020
ଅପରପକ୍ଷରେ ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସ୍ବର୍ଗତଃ ମହାରଥୀଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍ ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ।
ସେହିଭଳି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଦିବାଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି। ଓ ଶେକସନ୍ତପ୍ତ ପରିବାରକୁ ସମବେଦନା ଜ୍ଞାପନ କରିଛନ୍ତି।
Hon’ble Governor condoles the sad demise of Hon’ble MLA & Ex Minister Pradeep Maharathy and conveys his deep sympathy to the bereaved family and constituents. “He was a popular leader & able legislator, his untimely death is a big loss to the polity”, the Governor added. 🙏🙏
— Governor Odisha (@GovernorOdisha) October 4, 2020
ସେହିଭଳି କନ୍ଧମାଳ ସାଂସଦ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ମଧ୍ୟ ଟ୍ବିଟ କରି ପ୍ରଦୀପ ମହାରଥୀଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ବରିଷ୍ଠ ବିଜେଡ଼ି ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଁ ଖୁବ୍ ମର୍ମାହତ! ଜଣେ ନିର୍ଭୀକ ତଥା ଲୋକପ୍ରିୟ ନେତା ଭାବରେ ସେ ଚୀର ସ୍ମରଣୀୟହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି!
ବରିଷ୍ଠ ବିଜେଡ଼ି ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଁ ଖୁବ୍ ମର୍ମାହତ! ଜଣେ ନିର୍ଭୀକ ତଥା ଲୋକପ୍ରିୟ ନେତା ଭାବରେ ସେ ଚୀର ସ୍ମରଣୀୟହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦ୍ଗତି କାମନା ସହ ଶୋକସଂତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି!
— Achyuta Samanta (@achyuta_samanta) October 4, 2020
ସେହିଭଳି ଅନୁସୂଚିତ ଜାତି ଓ ଜନଜତି ମନ୍ତ୍ରୀ ଜଗନ୍ନାଥ ସରକା ଟ୍ବିଟ ମଧ୍ୟମରେ ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ, ତଥା ବର୍ତମାନ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ, ତଥା ବର୍ତମାନ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।#OmShanti🙏 pic.twitter.com/9QZG5SW2jt
— Jagannath Saraka (@saraka_fan) October 4, 2020