ରାଜ୍ୟ

ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଶୋକା ପ୍ରକଶ କଲେ ବିଶିଷ୍ଟ ବ୍ୟକ୍ତି ବିଶେଷ

କେନ୍ୟଜ୍(ବ୍ୟୁରୋ):  ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ  ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମହାରଥୀଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ଶୋକବାର୍ତ୍ତାରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପ୍ରଦୀପ ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଓ ବିଜୁ ବାବୁଙ୍କ ପୁରାତନ ସହଯୋଗୀ ଥିଲେ।  ନିଜର ଦୃଢ ସଙ୍ଗଠନ କ୍ଷମତା ଲାଗି ସେ ବେଶ୍ ପରିଚିତ। ଏଥିଲାଗି ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଯଥାର୍ଥରେ ସେ ଥିଲେ ଜନତାଙ୍କ ନେତା।’ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ଶୋକସନ୍ତପ୍ତ ପରିବାର ଓ ପିପଲିବାସୀଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି।

ଅପରପକ୍ଷରେ ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସ୍ବର୍ଗତଃ ମହାରଥୀଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍ ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ।

ସେହିଭଳି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଦିବାଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି। ଓ ଶେକସନ୍ତପ୍ତ ପରିବାରକୁ ସମବେଦନା ଜ୍ଞାପନ କରିଛନ୍ତି।

ସେହିଭଳି କନ୍ଧମାଳ  ସାଂସଦ ତଥା କିଟ୍ ଓ  କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ମଧ୍ୟ ଟ୍ବିଟ କରି  ପ୍ରଦୀପ ମହାରଥୀଙ୍କ ବିୟୋଗରେ ଦୁଃଖପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ବରିଷ୍ଠ ବିଜେଡ଼ି ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଁ ଖୁବ୍ ମର୍ମାହତ! ଜଣେ ନିର୍ଭୀକ ତଥା ଲୋକପ୍ରିୟ ନେତା ଭାବରେ ସେ ଚୀର ସ୍ମରଣୀୟହୋଇ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଉଛି!

ସେହିଭଳି ଅନୁସୂଚିତ ଜାତି ଓ ଜନଜତି ମନ୍ତ୍ରୀ ଜଗନ୍ନାଥ ସରକା ଟ୍ବିଟ  ମଧ୍ୟମରେ ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି ଯେ ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ, ତଥା ବର୍ତମାନ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

KNews Bureau

Recent Posts

ଅନୁଷ୍ଠିତ ହେଲା ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ, ସୃଷ୍ଟି ହୋଇଛି ଖୁବ ଭକ୍ତିମୟ ପରିବେଶ

କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…

5 mins ago

ବାରବାଟୀରେ ଖେଳାଯିବ ଓ୍ଵାନ-ଡେ ମ୍ୟାଚ୍‌, ଫେବ୍ରୁଆରୀ ୯ରେ ହେବ ଖେଳ

କେନ୍ୟୁଜ(ବ୍ୟୁରୋ) : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଓ୍ଵାନ ଡେ ମ୍ୟାଚ୍‌ । ୨୦୨୫ ଫେବ୍ରୁଆରୀ ୯ ତାରିଖ ରବିବାରରେ ଖେଳାଯିବ…

6 mins ago

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

20 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

21 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

1 hour ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

1 hour ago